ସମ୍ଭାବ୍ୟ ବାତ୍ୟା ନେଇ ପୂର୍ବ ପ୍ରସ୍ତୁତି; ଅପରାହ୍ନ ୪ଟା ରେ ଏସଆରସିଙ୍କ ଅଧ୍ୟକ୍ଷତାରେ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗର ସୂଚନା ପରେ ଏହକୁ ନେଇ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବ । ଅପରାହ୍ନ ୪ଟାରେ ସ୍ୱତନ୍ତ୍ର ରିଲିଫ କମିଶନର ଭାବେ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବାତ୍ୟା ପାଇଁ ଆବଶ୍ୟକ ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ଏସଆରସି ଆଲୋଚନା କରିବେ।

ସେପଟେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ।ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

Related Posts