ସମ୍ଭାବ୍ୟ ବାତ୍ୟାକୁ ନେଇ ପୂର୍ବ ପ୍ରସ୍ତୁତି; ଅପରାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ସମ୍ଭାବ୍ୟ ବାତ୍ୟା ନେଇ ସରକାରଙ୍କ ପୂର୍ବ ପ୍ରସ୍ତୁତି । ବାତ୍ୟା ସ୍ଥିତିକୁ ନେଇ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଅପରାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ତେବେ ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସ୍ଵତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ମଧ୍ୟ ଉପସ୍ଥିତି ରହିବେ । ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ଜାରି କରାଯାଇଥିବା ୭ ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ ।ବାତ୍ୟା ମୁକାବିଲା ନେଇ ଏହି ବୈଠକରେ ସମସ୍ତ ପ୍ରସ୍ତୁତି ନେଇ ଆଲୋଚନା ହେବ ।

ସୂଚନାଯୋଗ୍ୟ ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ସାରିଛି। ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହି ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ। ଏହାରି ପ୍ରଭାବରେ ୨୩ ତାରିଖ ଠାରୁ ରାଜ୍ୟରେ ବର୍ଷର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

Related Posts