ଫେବୃୟାରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୧/୨(ସତ୍ୟପାଠ ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଅପରାହ୍ନ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ସେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ। ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଏହା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଥର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଗତବର୍ଷ ନଭେମ୍ବର ୧୧ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ତେବେ ୨୦୨୨ ମସିହା ଜୁଲାଇ ୨୫ରେ ସେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

Related Posts