ଆସୁଛନ୍ତି ରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ଆସନ୍ତାକାଲି ଗୋପାଳପୁର ଗୋଳାବନ୍ଧ ଆର୍ମି କଲେଜରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଭୁବନେଶ୍ୱରଠାରୁ ଆରମ୍ଭ କରି ଗୋପାଳପୁର ଯାଏଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି । ସେ ନୂଆଦିଲ୍ଲୀରେ ବାୟୁସେନାର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ବାୟୁସେନାର ବିମାନରେ ସିଧାସଳଖ ଗୋପାଳପୁରରେ ପହଁଞ୍ଚିବେ । ତାଙ୍କୁ ସ୍ଥଳସେନା ମୁଖ୍ୟ ବିପୀନ ରାୱତ ମଧ୍ୟ ଆସିବାର ସୂଚନା ରହିଛି । ସେଠାରେ ୮ଟା ୩୫ରୁ ପ୍ରାୟ ଏକ ଘଣ୍ଟା ଯାଏ ଆର୍ମି କଲେଜର ପଚିଶ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଛନ୍ତି । ପୂର୍ବାହ୍ନ ୧୦ଟା ୫୫ ମିନିଟ୍‌ରେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ। ମଧ୍ୟାହ୍ନ ଭୋଜନ ପରେ ରାଞ୍ଚି ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।

Related Posts