ଆଜିଠୁ ୨୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତିନିଦିନିଆ ଜର୍ମାନୀ ଓ ୟୁଏଇ ଗସ୍ତ

ନୂଆଦିଲ୍ଲୀ : ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜିଠୁ ତିନିଦିନିଆ ଜର୍ମାନୀ ଓ ୟୁଏଇ ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ। ତା’ର ଅବ୍ୟବହିତ ପୂର୍ବରୁ ସେ ଏକ ବିବୃତି ଜାରି କରିଛନ୍ତି। ସେହି ବିବୃତି ଅନୁଯାୟୀ ଜର୍ମାନ ଚାନସେଲର ମହାମହିମ ଓଲାଫ ସୋଜଙ୍କ ଆମନ୍ତ୍ରଣ କ୍ରମେ ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେ ଜର୍ମାନୀର ସୋଲସ ଏଲାମୁ ଗସ୍ତରେ ଯାଉଛନ୍ତି। ଗତ ମାସର ଭାରତ-ଜର୍ମାନୀ ଆନ୍ତଃସରକାରୀ ଫଳପ୍ରଦ ବିଚାରବିମର୍ଶ ପରେ ଚାନସେଲର ସୋଜଙ୍କୁ ପୁଣି ଦେଖାକରିବା ଏକ ନିଶ୍ଚିତ ଭାବେ ସୁଖଦ ଅବସର ହେବ।

ମାନବତା ଉପରେ ପ୍ରଭାବ ବିସ୍ତାରକାରୀ ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ସମସ୍ୟାକୁ ନେଇ ଆନ୍ତର୍ଜାତିକ ସହଯୋଗକୁ ମଜବୁତ କରିବା ନିମନ୍ତେ ଜର୍ମାନୀ ଏବଂ ଅନ୍ୟ ଗଣତାନ୍ତ୍ରିକ ରାଷ୍ଟ୍ର ଯଥା ଆର୍ଜେଣ୍ଟିନା, ଇଣ୍ଡୋନେସିଆ, ସେନେଗାଲ ଓ ଦକ୍ଷିଣ ଆଫ୍ରିକାକୁ ମଧ୍ୟ ଜି-୭ ଶିଖର ସମ୍ମିଳନୀକୁ ଆମନ୍ତ୍ରଣ କରାଯାଇଛି। ଶିଖର ସମ୍ମିଳନୀର ଅଧିବେଶନ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ଜି-୭ ଦେଶସମୂହ, ଜି-୭ ସହଯୋଗୀ ରାଷ୍ଟ୍ର ଓ ଅତିଥି ଆନ୍ତର୍ଜାତିକ ସଂଗଠନଗୁଡ଼ିକ ସହ ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ, ସୁରକ୍ଷା, ସ୍ୱାସ୍ଥ୍ୟ, ଆତଙ୍କବାଦ ନିରୋଧ, ଲିଙ୍ଗଗତ ସମାନତା ଓ ଗଣତନ୍ତ୍ର ଉପରେ ମତବିନିମୟ କରିବେ। ସମ୍ମିଳନୀ କାଳରେ ସେ କେତେକ ଜି-୭ ଅଂଶଗ୍ରହଣକାରୀ ଦେଶ ଓ ଅତିଥି ଦେଶ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ।

ଜର୍ମାନୀ ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ମଧ୍ୟ ୟୁରୋପର ବିଭିନ୍ନ ଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କ ସହ ସାକ୍ଷାତ କରିବେ। ସେମାନେ ସ୍ଥାନୀୟ ଅର୍ଥନୀତିକୁ ଏକ ବିରାଟ ଅବଦାନ ଦେବା ସହ ୟୁରୋପୀୟ ଦେଶଗୁଡ଼ିକ ସହ ଆମର ସୁସମ୍ପର୍କ ପାଇଁ ଅନେକ କିଛି କରିଛନ୍ତି।

ଭାରତ ପ୍ରତ୍ୟାବର୍ତ୍ତନ କାଳରେ ସେ ୟୁଏଇ ରାଜଧାନୀ ଆବୁଧାବିରେ ଅଳ୍ପ ସମୟ ପାଇଁ ଜୁନ ୨୮ରେ ଅଟକି ୟୁଏଇ ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ମହାମହିମ ଶେଖ ମହମ୍ମଦବିନ ଜାୟେଦ ଆଲ ନାହ୍ୟାନଙ୍କୁ ଭେଟିବେ। ତାଙ୍କୁ ୟୁଏଇର ପୂର୍ବତନ ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ଖାଲିଫାବିନ ଜାୟେଦ ଆଲ ନାହ୍ୟାନଙ୍କ ଶୋକ ସନ୍ଦେଶ ବ୍ୟକ୍ତିଗତ ଭାବେ ଜଣାଇବେ ।

Related Posts