ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ : ଓଡିଶା ଆସିଲେ, ପ୍ୟାକେଜ୍ ଦେଲେ

ବଲାଙ୍ଗୀର- ଦିନିକିଆ ଓଡିଶା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବଲାଙ୍ଗୀର ରେଳ ଷ୍ଟେସନ ନିକଟରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଟ ୧୫୫୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଛନ୍ତି ପୂର୍ବ ଭାରତର ବିକାଶ ସହ ସମାନ୍ତରାଳ ଭାବେ ଓଡିଶାର ବିକାଶ ପାଇଁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି । ଏହି କ୍ରମରେ ଓଡିଶାର ପଶ୍ଚିମାଂଚଳରେ ଶିକ୍ଷା, ଯୋଗାଯୋଗ ଓ ସାଂସ୍କୃତିକ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ବଲାଙ୍ଗୀର- ବିଛୁପାଲ୍ଲୀ ରେଳଷ୍ଟେସନ ମଧ୍ୟରେ ନୂଆ ରେଳପଥ ଉଦ୍ଘାଟନ କରିବା ସହିତ ସବୁଜ ପତାକା ଦେଖାଇ ରେଳ ଚଳାଚଳର ଶୁଭାରମ୍ଭ କରିଥିଲେ। ସେହିପରି ରାୟଗଡ଼ା ଠାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଉଦ୍ଘାଟନ କରିବା ସହିତ ସୁବର୍ଣ୍ଣପୁର ଠାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଶିଳାନ୍ୟାସ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କରିଥିଲେ। ଏହି କାର‌୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ସାଂସଦ କଲିକେଶ ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ।

Related Posts