ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କଲେ ୫ଟି ସଚିବ

ପୁରୀ(ସତ୍ୟପାଠ ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି । ଏନେଇ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି ହୋଇଛି । ସେପଟେ ରାଷ୍ଟ୍ରପତି ଓଡ଼ିଶା ପହଞ୍ଚିବା ପରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ ବୋଲି ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଏହା ସହ ସୁରକ୍ଷା ବ୍ୟବସ୍ଥାକୁ ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରୁଥିବାର ମଧ୍ୟ ଦେଖିବାକୁ ମିଳିଛି ।

ଅନ୍ୟପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ଅପରାହ୍ନ ୩ଟା ୨୫ ମିନିଟରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ ରାଜଭବନ ଅଭିମୁଖେ ଯିବେ । ଏହା ପରେ ସନ୍ଧ୍ୟା ୫ଟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ ବୋଲି ସୂଚନା ମିଳିଛି ।

Related Posts