ପଞ୍ଜାବ ପଲିଟିକ୍ସ; ପ୍ରଥମ ପର୍ଯ୍ୟାୟରେ ୩୪ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା ବିଜେପି

ଚଣ୍ଡିଗଡ଼(ସତ୍ୟପାଠ ବ୍ୟୁରୋ): ପଞ୍ଜାବରେ ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏନେଇ ସମସ୍ତ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । ଏପରିକି ଅନେକ ରାଜନୈତିକ ଦଳ ନିଜର ପ୍ରାର୍ଥୀ ମଧ୍ୟ ଘୋଷଣା କରି ସାରିଲେଣି । ଏହା ମଧ୍ୟରେ ପଞ୍ଜାବରେ ବିଜେପି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ଘୋଷଣା କରିଛି । ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବିଜେପି ୩୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି । ସେପଟେ ବିଜେପିର ସାଧାରଣ ସମ୍ପାଦକ ଦୁଷ୍ମନ୍ତ ଗୌତମ, ଅନୀଲ ବାଲୁନି ଏବଂ କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ ପୁରି ୩୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ।

ଏହି ତାଲିକାରେ ୧୨ କୃଷକ, ୮ ଦଳିତ ଓ ୧୩ ଶିଖ ସ୍ଥାନ ପାଇଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ପଞ୍ଜାବ ରାଜନୀତି ବେଶ ଚଳଚଞ୍ଚଳ ହୋଇ ଉଠିଛି । ଅନ୍ୟପଟେ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ଆରମ୍ଭ ହୋଇଛି। ରାଜନୈତିକ ଅସ୍ଥିରତା ମଧ୍ୟରେ ରାଜନୈତିକ ଦଳମାନେ ନିର୍ବାଚନରେ ଜିତିବା ପାଇଁ ନିଜର ସମସ୍ତ ଶକ୍ତି ପ୍ରଦର୍ଶନ କରିବାରେ ଲାଗିଛନ୍ତି । ପଞ୍ଜାବରେ ଚଳିତଥର କଂଗ୍ରେସ, ଆମ ଆଦମି ପାର୍ଟି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଛି ।

Related Posts