ଭୁବନେଶ୍ୱର,୩୦/୫(ସତ୍ୟପାଠ ବ୍ୟୁରୋ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ।
ମହାମହିମ କହିଛନ୍ତି, ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ । ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।