ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଖାତିମା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନରେ ହାରିଯିବାର ଗୋଟିଏ ଦିନ ପରେ ସେ ଇସ୍ତଫା ଦେଇଛନ୍ତି । ତେବେ ଆମେ ଏକ ନୂତନ ଆଦେଶ ପାଇଛୁ ଏବଂ ଏହି କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହୋଇଛି, ତେଣୁ ମୁଁ ମୋର ଇସ୍ତଫା ରାଜ୍ୟପାଳଙ୍କୁ ଦେଇଛି ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି କହିଛନ୍ତି । ଅନ୍ୟପଟେ ନୂତନ ସରକାର ଗଠନ ନହେବା ପର୍ଯ୍ୟନ୍ତ ରାଜ୍ୟପାଳ ତାଙ୍କୁ କାର୍ଯ୍ୟବାହକ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବାକୁ କହିଛନ୍ତି । ଏ ଖବରଟି ସାମ୍ନାକୁ ଆସିବା ପରେ ସାରା ଦେଶରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି ।
