ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ: ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ

ପୁରୀ : ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ବେଢ଼ା ଭିତରେ ଥିବା ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ଜଣେ ପୂଜକ । ସେବାୟତ ମାନେ ପୋଲିସକୁ ଖବର ଦେବାପରେ ସମ୍ପୃକ୍ତ ପୂଜକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ସେବାୟତଙ୍କ ଅଭିଯୋଗ କ୍ରମେ ପୂଜକଙ୍କୁ ସିଂହଦ୍ଵାର ଥାନାରେ ଅଟକ ରଖାଯାଇଛି ।

ଅଗ୍ନିଶ୍ୱର ମନ୍ଦିରର ପୂଜକଙ୍କୁ ପୋଲିସ ପଚରାଉଚରା ଜାରି ରଖିଛି ।

Related Posts