
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନ ନଗର ପରିକ୍ରମା କରିବେ। ରବିବାର ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ।
ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ। ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମ୍ମୁଖରେ ପଢି ନୀତି ସମ୍ପର୍ଣ୍ଣ କରିବେ। ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ଶନିବାର ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନୀତି ଅନୁଷ୍ଠିତ ହୋଇଥିଲା।