ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଦ୍ୟୁତରଞ୍ଜନ ଷଡ଼ଙ୍ଗୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମନ୍ତ୍ରିମଣ୍ଡଳର କେତେକ ସଦସ୍ୟ, ବିଧାୟକ ଓ କେତେକ ବିଚାରପତି ଉପସ୍ଥିତ ଥିଲେ। ଏହାପରେ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛିି।

ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ଯାଇ ନୂଆ ରାଜ୍ୟପାଳ ରଘୁବର ଦାସ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବାକୁ ଆସିଥିଲେ। ଏହି ସମୟରେ ନୂଆ ରାଜ୍ୟପାଳଙ୍କୁ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂ, ବରିଷ୍ଠ ନେତା ଦିଲୀପ ମଲ୍ଲିକଙ୍କ ସମେତ କେତେକ ନେତା ମନ୍ଦିର ନିକଟରେ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଏହି ସମୟରେ ରାଜ୍ୟପାଳ ରଘୁବର ଦାସ କହିଛନ୍ତି ଯେ ସେ ଦେଶ ଏବଂ ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି ଲାଗି ଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କଲି।

Related Posts