ପୁଣି ଓଡ଼ିଶା ଆସିବେ ରାହୁଲ୍ ଓ ଖଡ୍‌ଗେ

ଭୁବନେଶ୍ୱର,୧୯/୫(ସତ୍ୟପାଠ ବ୍ୟୁରୋ): ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୬, ୨୭ ଓ ୨୮ରେ ୩ ଦିନ ଧରି ନିର୍ବାଚନୀ ପ୍ରଚାର କରିବେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ଆସନ୍ତା ସୋମବାର ବା ୨୦ ତାରିଖରେ ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ଭୋଟ ଗ୍ରହଣ ପାଇଁ ୯ ହଜାର ୧୬୯ ମତଦାନ କେନ୍ଦ୍ର କରାଯାଇଛି । ୧୦୪୧ଟି ବୁଥ ମହିଳା ପୋଲିଂ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ୨୫ଟି ବୁଥ PWD କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ଏଥର ୧୫୪୧ ଆଦର୍ଶ ବୁଥ କରାଯାଇଛି ।

Related Posts