ଆକ୍ସନରେ ରାୟଗଡ଼ା ଜିଲ୍ଲାପାଳ: କାମରେ ଅବହେଳା ନେଇ ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ

ରାୟଗଡା : ଆକ୍ସନ ରେ ରାୟଗଡ଼ା ଜିଲ୍ଲାପାଳ । କାଶୀପୁର ତହସିଲ ଅଧିନରେ ଥିବା ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି । ଜିଲ୍ଲାପାଳ ସ୍ବଧା ଦେବ ସିଂ ଏହି ପଦକ୍ଷେପ ନେଇଛନ୍ତି । ତହସିଲଦାରଙ୍କ ସମେତ ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି ।

ଅଫିସ କାଗଜ ପତ୍ର ଠିକ ନଥିବା ଓ ଲୋକଙ୍କୁ ଠିକ ସମୟରେ ସେବା ପ୍ରଦାନ କରୁନଥିବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଗତ ୨୨ ତାରିଖରେ ଜିଲ୍ଲାପାଳ କାଶୀପୁର ତହସିଲ କାର୍ଯ୍ୟାଳୟ ନୀରିକ୍ଷଣ ପାଇଁ ଯାଇଥିଲେ । ନୀରିକ୍ଷଣ ସମୟରେ ଅନେକ କାମ ଶେଷ ହୋଇନଥିବା ନଜରକୁ ଆସିଥିଲା ।

ଏଭଳିକି ଲୋକେ ନିଜର ଡକ୍ୟୁମେଣ୍ଟ ପାଇଁ ଆବେଦନ କରି ବହୁ ଦିନରୁ ଅପେକ୍ଷା କରିଥିବା ସୂଚନା ମିଳିଥିଲା । ଏହାପରେ ଜିଲ୍ଲାପାଳ ସ୍ବଧା ଦେବ ସିଂ ଏହି କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦରମା ବନ୍ଦ ରହିବ ବୋଲି ପତ୍ର ଲେଖି ଜଣାଇଛନ୍ତି ।

Related Posts