ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: କଳାହାଣ୍ଡି ଓ ରାୟଗଡ଼ାକୁ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ସକ୍ରିୟ ହୋଇଉଠିଛି ଲଘୁଚାପ । ଏହାର ପ୍ରଭାବରେ ଜାରୀ ରହିଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ଅନୁଯାୟୀ, କଳାହାଣ୍ଡି ଓ ରାୟଗଡ଼ା ରେଡ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Related Posts