ଓଦା ହେବ ଦୀପାବଳୀ ! ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୪୮ ଘଂଟାରେ ନେବ ଲଘୁଚାପର ରୂପ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଆଜି ୭ଟି ଜିଲ୍ଲାରେ ରାତି ୬ଟା ୩୦ମିନିଟ ସୁଦ୍ଧା ବର୍ଷା ସାଙ୍ଗକୁ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର।

ଆଜି ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଛି । ତେଣୁ ରାତି ସାଢେ ୬ ଯାଏଁ ସତର୍କ ରହିବାକୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ଓ ବଜ୍ରପାତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଗଜପତି, ଗଂଜାମ, ଦେବଗଡ ଓ ନୟାଗଡ । ଏହି ସମୟରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Related Posts