ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା; ଫ୍ୟାମିଲି କୋର୍ଟରେ ହାଜର ହେଲେ ଉଭୟ ପତି ପତ୍ନୀ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲା । କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଉଭୟ ପତି ପତ୍ନୀ । ଫ୍ୟାମିଲି କୋର୍ଟରେ ହାଜର ହେବାକୁ ଉଭୟଙ୍କୁ ପୂର୍ବରୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।ତେବେ ନୂତନ ପିଟିସନ ଗ୍ରହଣ ବେଳେ କୋର୍ଟ ଉଭୟଙ୍କୁ ୫ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ଆଜି କୋର୍ଟରେ ଏହି ଅର୍ଥ ରାଶି ଜମା କରିବେ ବୋଲି ତାଙ୍କ ଆଇନଜୀବୀ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ପୂର୍ବରୁ ବାରମ୍ବାର ତାରିଖ ଧାର୍ଯ୍ୟ ପରେ ମଧ୍ୟ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆସୁନଥିଲେ। ସେହିପରି ସାଂସଦ ଅନୁଭବ ମଧ୍ୟ ଛାଡପତ୍ର ପିଟିସନରେ ବିବାହ ସ୍ଥାନ ଭୁଲ ଦର୍ଶାଇଥିଲେ। ତେବେ ଏହି ମାମଲାର ଶୁଣାଣି କରି କୋର୍ଟ ଉଭୟଙ୍କୁ ୫ ହଜାର ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଯଥାରେ କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଉଭୟଙ୍କୁ ଫ୍ୟାମିଲି କୋର୍ଟ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

Related Posts