ଆଜିଠୁ ରାଜ୍ୟରେ ବର୍ଷା ଆରମ୍ଭ:୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । ସମ୍ଭାବ୍ୟ ଲଘୁଚାପ ଯୋଗୁ ୧ ତାରିଖରୁ ବର୍ଷା ପରିମାଣ ବଢିଯିବ । ୩ ଯାଏ ବର୍ଷା ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ ଦେଇଛି । ଗୁରୁବାର ୧୪ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୩୦ରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ ୧ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ୧ ଓ ୨ ତାରିଖରେ ପ୍ରବଳ ବର୍ଷିବ ।

Related Posts