ଅନୁଭବଙ୍କ ଘରେ ରହିବେ ବର୍ଷା; ନିମ୍ନ ଆଦାଲତଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଜାରି କଲେ କୋର୍ଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଅନୁଭବଙ୍କ ଘରେ ରହିବେ ବର୍ଷା । ନିମ୍ନ ଆଦାଲତଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଜାରି କଲେ କୋର୍ଟ । ତେବେ ପୂର୍ବରୁ ଏସଡିଜେମ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଅନୁଭବଙ୍କ ପତ୍ନୀ ବର୍ଷା ଶାଶୁଘର ଛାଡ଼ି ଅନ୍ୟତ୍ର ରହିବେ। ଘରଭଡ଼ା ପାଇଁ ପ୍ରତି ମାସର ୧୦ ତାରିଖ କିମ୍ବା ତା ପୂର୍ବରୁ ମାସିକ ୩୦ ହଜାର ଟଙ୍କା ଅନୁଭବ ପ୍ରଦାନ କରିବେ ଏବଂ ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ଘର ଛାଡ଼ିବେ ବର୍ଷା । ଆସନ୍ତା ୨ ମାସ ଭିତରେ ଏହି ନିର୍ଦ୍ଦେଶ କାର୍ୟ୍ୟକାରୀ କରିବା ଲାଗି କୋର୍ଟ ଶୁଣାଣିରେ କହିଥିଲେ। କିନ୍ତୁ ଶୁଣାଣିକୁ ୨୪ ଘଣ୍ଟା ନଯାଉଣୁ ଅନୁଭବ ବର୍ଷାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଜମା କରିଥିଲେ।

ଗତ ମାସ ୨୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି ଏସଡିଜେଏମ୍ କଟକ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ନିଜ ପିଟିସନରେ ଅନୁଭବ ଉଲ୍ଲେଖ କରିଥିଲେ କି, ସେ ତାଙ୍କ ପତ୍ନୀ ବର୍ଷାଙ୍କ ପାଇଁ ଭଡାଘରର ବ୍ୟବସ୍ଥା କରିବେ ଏବଂ ସେ ବାବଦୀୟ ଖର୍ଚ୍ଚକୁ ଭରଣା କରିବାକୁ ମଧ୍ୟ ରାଜି ଅଛନ୍ତି । ଯେହେତୁ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ, ତେଣୁ ତାଙ୍କ ଚିକିତ୍ସା ଲାଗି ସେମାନଙ୍କୁ ନିଜ ଘରେ ରହିବାର ଆବଶ୍ୟକତା ରହିଛି । ତେଣୁ ବର୍ଷା ତାଙ୍କ ପୈତୃକ ଘର ଛାଡନ୍ତୁ ବୋଲି ଅନୁଭବ ଦାବି କରିଥିଲେ। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ପୁଣିଥରେ ଚର୍ଚ୍ଚାର ବିଷୟ ପାଲଟିଛି ।

Related Posts