ଆଜି ଠୁ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ସତ୍ୟପାଠ ବ୍ୟୁରୋ : ଆଜି ଠାରୁ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ଘଂଟାରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁ ଯାଏଁ ସୃଷ୍ଟି ହୋଇଥିବେ ଟ୍ରପ ଲାଇନ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୨୪ଘଣ୍ଟା ଭିତରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ପରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ନବରଙ୍ଗପୁର , ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ସହ ୯ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ଥିବାରୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଲାଙ୍ଗୀର, ସୋନପୁର, ବୈାଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Related Posts