ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ: ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆଜିଠାରୁ ପୁଣି ରାଜ୍ୟରେ ଆରମ୍ଭ ହୋଇଯିବ ବର୍ଷା । ବର୍ଷାର ପରିମାଣ ବଢ଼ିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିଲାଗି ପାଇଁ ହଳଦିଆ ଚେତାବନୀ ଜାରି କରାଯାଇଛି।

ସୂଚନାଯୋଗ୍ୟ, କିଛି ଦିନର ବିରତି ପରେ ପୁଣି ଥରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହୋଇଯିବ। ଏଥିଯୋଗୁଁ ସେପ୍ଟେମ୍ବରରେ ରାଜ୍ୟରେ ବର୍ଷାର ପରିମାଣ ସ୍ବାଭାବିକ ରହିବ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମଡି କହିଛି ଯେ ୭ ତାରିଖ ପରେ ପୁଣିଥରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ଲାଗି ରହିବ ।

Related Posts