ଆଜିଠୁ ରାଜ୍ୟରେ ବଢିବ ବର୍ଷା: ୨୧ତାରିଖ ଯାଏଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର ରୂପ ନେବ। ଫଳରେ ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଜି ବର୍ଷାର ପରିମାଣ ବଢ଼ିବ । ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅତି ପ୍ରବଳ ବର୍ଷା ଜାରି ରହିବାର ଆଶଙ୍କା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଅନେକ ସ୍ଥାନରେ ପାଗ ମେଘୁଆ ରହିଛି । ଏପରି ସ୍ଥିତିରେ ଆଜି ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଅନୁମାନ କରାଯାଇଛି। ଏଥିଲାଗି ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜରା କରାଯାଇଛି।

ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Related Posts