ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର । ଭାରତର ୨୫ ତମ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର। ରାଜୀବ କୁମାର ଆଜି ନୂଆଦିଲ୍ଲୀସ୍ଥିତ ନିର୍ବାଚନ ସଦନଠାରେ ଭାରତର ୨୫ ତମ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜୀବ କୁମାର ୧ ସେପ୍ଟେମ୍ବର, ୨୦୨୦ରୁ ଭାରତୀୟ ନିର୍ବାଚନ କମିଶନ (ଇସିଆଇ)ରେ ନିର୍ବାଚନ କମିଶନର ଭାବରେ କାର୍ୟ୍ୟ କରି ଆସୁଛନ୍ତି ।

ନିର୍ବାଚନ କମିଶନର ଭାବରେ ତାଙ୍କର କାର୍ୟ୍ୟକାଳ ସମୟରେ, ୨୦୨୦ରେ ବିହାର ରାଜ୍ୟ ବିଧାନସଭା ନିର୍ବାଚନ, କୋଭିଡର ସମସ୍ୟା ଭିତରେ ମାର୍ଚ୍ଚ-ଏପ୍ରିଲ୍ ୨୦୨୧ରେ ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁ, ପଶ୍ଚିମବଙ୍ଗ ରାଜ୍ୟରେ ନିର୍ବାଚନ ଏବଂ ଏବେ ୨୦୨୨ର ପ୍ରାରମ୍ଭିକ ପର୍ୟ୍ୟାୟରେ ଗୋଆ, ମଣିପୁର, ପଞ୍ଜାବ, ଉତରାଖଣ୍ଡ, ଉତ୍ତରପ୍ରଦେଶରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହୋଇଛି ।

Related Posts