ବଲାଙ୍ଗିର ରାଜେନ୍ଦ୍ର ମହାବିଦ୍ୟାଳୟକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ପଶ୍ଚିମ ଓଡିଶାର ପୁରାତନ ଶିକ୍ଷାନୁଷ୍ଠାନ ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨ (ଚ) ଅନୁଯାୟୀ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଶୁକ୍ରବାର ଦିନ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛି। ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ କରାଯାଇଥିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ,” ଏହା ନିଶ୍ଚିତ ଭାବେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆଙ୍କାକ୍ଷା ପୂରଣ କରିବ। ଏଥିସହ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି)ରେ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସଙ୍ଗେ ସଙ୍ଗେ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ସିଂହ, ମୁଜିବୁଲା ଖାନ୍‍, ମମତା ମହାନ୍ତି ଏବଂ ପୂର୍ବତନ ସାଂସଦ କଳିକେଶ ସିଂହଦେଓ ଏ ନେଇ ଅବଗତ କରାଇଥିଲେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

Related Posts