ଓଡ଼ିଶାରେ ରାଜନାଥ

ଭୁବନେଶ୍ୱର,୦୮/୫(ସତ୍ୟପାଠ ବ୍ୟୁରୋ):      ଓଡ଼ିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ତାଙ୍କର ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ । ସୂଚନା ଅନୁସାରେ, ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି ରାଜନାଥ ସିଂ ।

ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ । ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ, କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ଅପରାହ୍ନ ୨ଟା ୪୦ରେ ଭବାନୀପାଟଣାର କାର୍ଯକ୍ରମ ସାରି ରାୟଗଡ଼ା ଅଭିମୁଖେ ଯାତ୍ରା କରିବେ ରାଜନାଥ । ଅପରାହ୍ଣ ୩ଟା ୧୦ରେ ରାୟଗଡ଼ା ସହର ବାରିଝୋଲା ରୋଡ୍ IACR ଗ୍ରାଉଣ୍ଡରେ ଜନସଭାକୁ ସମ୍ବୋଧିତ କରିବେ ରାଜନାଥ । ସେଠାରେ ସେ ପ୍ରାୟ ୧ ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଛି । ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଥିବା ବେଳେ, ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେପଟେ ଆଜି ଠାରୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ଆଜି କୋରାପୁଟ ଜିଲ୍ଲାର ୩ଟି ସ୍ଥାନରେ ସଭା କରି ସେ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ । ଏହାପରେ ଆସନ୍ତାକାଲି ନବରଙ୍ଗପୁରରେ ବି ୩ ସଭା କରିବେ ବିଷ୍ଣୁଦେଓ ।

Related Posts