ନୂଆଦିଲ୍ଲୀ: ଦେଶରେ ବଢ଼ିବାକୁ ଲାଗିଛି ସଂକ୍ରମଣ । ଦୈନିକ ସଂକ୍ରମଣ ଏବେ ଉପର ମୁହଁ ରହିଛି । ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ସାମାନ୍ୟ ବୃଦ୍ଧି ପାଇଥିଲେ ବି ଗତକାଲି ଭଳି ୧୬ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୩୫ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୪ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୧୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୧୮,୫୬୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୫,୨୫,୨୨୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୯୫୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୮,୭୯୪,୭୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୩୮୬୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୯୮,୨୧,୧୯୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୩୯,୯୯,୯୦୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୨,୯୭୮ଟି ନମୁନା ।