ଦେଶରେ ବଢୁଛି ସଂକ୍ରମଣ: 24 ଘଣ୍ଟା ମଧ୍ୟରେ 13,313 ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି ସଂକ୍ରମଣ । ପୁଣି କାୟା ମେଲାଇବା ଆରମ୍ଭ କରିଛି କୋରୋନା ମହାମାରୀ । ପ୍ରତିଦିନ ସଂକ୍ରମଣ ମାମଲା ୧୦ ହଜାର ଉପରେ ରହୁଥିବା ବେଳେ, ଏବେ ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍‌ 13,313 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି ।

ଦିନକରେ 38 ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ 10,972 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା 80 ହଜାର ଉପରେ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 83,990କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ଦୈନିକ ପଜିଟିଭ ହାର 2.03%ରେ ପହଞ୍ଚିଛି ।ଏଯାବତ୍ 4,27,36,027 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ 5,24,941 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 196 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 12,91,941 ଜଣଙ୍କୁ ଟିକା ଦିଆଯାଇଛି ।

Related Posts