ନୂଆଦିଲ୍ଲୀ : ଦେଶରେ ଦୋଳି ଖେଳୁଥିବା ଦୈନିକ ସଂକ୍ରମଣ ଏବେ ପୁଣି ଥରେ ଉପରମୁହାଁ ହୋଇଛି | ଲଗାତାର ଭାବେ ସଂକ୍ରମଣ ହାର ବଢିବାକୁ ଲାଗିଛି | ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୯୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୧୯୪୫୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୯ ଲକ୍ଷ ୨୧ ହଜାର ୯୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୩୦୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ।
