ନୂଆଦିଲ୍ଲୀ : ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଲଗାତାର ଭାବେ ଦେଶରେ ପୁଣି ବଢ଼ିବାକୁ ଲାଗିଛି ସଂକ୍ରମଣ। ଏବେ ପୁଣି କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ଗତ କିଛି ଦିନର ବ୍ୟବଧାନ ପରେ ସଂକ୍ରମଣ ବଢ଼ିବା ଆରମ୍ଭ କରିଛି । ତେବେ ତା ସାଙ୍ଗକୁ ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୫୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୪୮୮୮୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୧ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୮୦୦ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।