ଭୁବନେଶ୍ଵର (ସତ୍ୟପାଠ ବ୍ୟୁରୋ): ଚଳନ୍ତା ଟ୍ରେନରେ RPF ଯବାନଙ୍କ ଆଖିବୁଜା ଗୁଳିମାଡ଼ । ମୁମ୍ବାଇରେ ଟ୍ରେନ ଭିତରେ RPF ଯବାନଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୋର ପ୍ରାୟ ୫ଟା ୨୩ ମିନିଟ୍ରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଜଣେ ଆରପିଏଫ୍ ASI ଙ୍କ ସହ ୩ ଜଣ ଯାତ୍ରୀ ରହିଛନ୍ତି। ପୁଲିସ୍ ତୁରନ୍ତ ଅଭିଯୁକ୍ତ RPF କନଷ୍ଟେବଳ ଚେତନଙ୍କୁ ବାନ୍ଧିଛି।
ଜୟପୁର-ମୁମ୍ବାଇ ଟ୍ରେନଟି ସକାଳେ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଉଥିଲା। ମାତ୍ର ବୋରିୱଲି-ମୀରାରୋଡ ଷ୍ଟେସନ ମଧ୍ୟରେ ଅଚାନକ କନଷ୍ଟେବଳ ଚେତନ ଆଖି ବୁଜା ଗୁଳିମାଡ଼ କରିଥିବା ଜଣାପଡିଛି । ପ୍ରଥମେ ସେ ନିଜ ପାଖରେ ବସିଥିବା ASI ଟିକାରାମଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସେ ଟଳି ପଡ଼ିଥିଲେ। ଗୁଳି ଶବ୍ଦ ଶୁଣି ବଗିରେ ଥିବା ଯାତ୍ରୀ ଭୟଭୀତ ହୋଇ ପଡ଼ିଥିଲେ। ଏହାପରେ କନଷ୍ଟେବଳ ଚେତନଙ୍କ ଆଖିବୁଜା ଗୁଳିମାଡ଼ରେ ଆଉ ୩ ସାଧାରଣ ଯାତ୍ରୀ ଆଖି ବୁଜିଛନ୍ତି। ଗୁଳି ଶବ୍ଦ ଶୁଣି ବଗିରେ ଥିବା ଯାତ୍ରୀ ଭୟଭୀତ ହୋଇ ପଡ଼ିଥିଲେ। ନିଜ ଜୀବନ ବଞ୍ଚାଇବାକୁ ସେମାନେ ବଗି ଭିତରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ।
ଗୁଳି ମାଡ଼ କରିବା ପରେ ଅଭିଯୁକ୍ତ ଚେତନ ଟ୍ରେନ୍ରୁ ଡେଇଁ ପଡ଼ିଥିଲେ। ତେବେ ତାଙ୍କୁ ମୀରା ରୋଡ଼ ବୋରିବଲି ନିକଟରୁ ଗିରଫ କରାଯିବା ସହ ବନ୍ଧୁକ ଜବତ କରାଯାଇଛି। ବୋରିବଲି ରେଲୱେ ଷ୍ଟେଶନରେ ୪ ମୃତଦେହକୁ ରଖାଯାଇଥିବା ବେଳେ ବ୍ୟବଚ୍ଛେଦ ପାଇଁ ସରକାରୀ ହସ୍ପିଟାଲ ପଠାଯିବ ବୋଲି ଜଣାଯାଇଛି। ଖବର ପାଇ ବହୁ ବରିଷ୍ଠ ପୁଲିସ୍ ଓ ରାଳବାଇ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଥିବା ଜଣାଯାଇଛି।
ଏନେଇ ୱେଷ୍ଟର୍ଣ୍ଣ ରେଳବାଇର ଡିସିପି କେ. ସନ୍ଦୀପ ବି କହିଛନ୍ତି, ଅଭିଯୁକ୍ତ କାହିଁକି ଏପରି କାଣ୍ଡ ଘଟାଇଲେ ତାହା ସ୍ପଷ୍ଟ ହୋଇନି। ତେବେ ପ୍ରାଥମିକ ଯାଞ୍ଚ ପରେ ଅଭିଯୁକ୍ତ କନଷ୍ଟେବଳଙ୍କ ମାନସିକ ସ୍ଥତି ଠିକ୍ ନ ଥିବା ଜଣାଯାଇଛି। ଯଦି ତାଙ୍କର ମାନସିକ ସ୍ଥିତି ଠିକ୍ ନ ଥିଲା, ତେବେ ତାଙ୍କୁ କିପରି ଡ୍ୟୁଟିରେ ମୁତୟନ କରାଯାଇଥିଲା ବୋଲି ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।





