
(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାର କେତେକ ପ୍ରଶାସନିକ ମଞ୍ଜୁରିପ୍ରାପ୍ତ ଉନ୍ନୟନ କାର୍ଯ୍ୟ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ୩ କୋଟି ୭୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ତେବେ ଏହି ୭ଟି ଜିଲ୍ଲା ଗୁଡିକ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୫୨ଟି ପ୍ରକଳ୍ପ ପାଇଁ ସର୍ବାଧିକ ୧ କୋଟି ୮୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ଏହି ଅର୍ଥ ରାଶିରେ ଜିଲ୍ଲାରେ ବିଜୁଳି ଯୋଗାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ରାସ୍ତା ଓ ଗମନାଗମନ ବ୍ୟବସ୍ଥା ଓ କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପ ନିର୍ମାଣ କରିବାର ଲକ୍ଷ୍ୟ ରଖାଯାଇଛି। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ୪୭ଟି ପ୍ରକଳ୍ପ ପାଇଁ ୧ କୋଟି ୩୯ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାବେଳେ ଏଥିରେ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ସହ କମ୍ୟୁନିଟି ସେଣ୍ଟର ଓ କଲ୍ୟାଣ ମଣ୍ଡପ ନିର୍ମାଣ କରାଯିବ ।
ସମ୍ବଲପୁର ଜିଲ୍ଲାରେ ରାସ୍ତା ନିର୍ମାଣ ଓ ରାସ୍ତାର ଉନ୍ନତିକରଣ ପାଇଁ ୨୦ ଲକ୍ଷ, ଝାରସୁଗୁଡ଼ା ଜିଲ୍ଲାର ଲଇକେରା ବ୍ଲକ୍ ସାହସପୁର ଗ୍ରାମପଞ୍ଚାୟତର ଧଉଳଟିକ୍ରାର ଆରଡ଼ି ରୋଡ଼ଠାରୁ ନୂଆ ସ୍କୁଲପଡ଼ା ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ୍ ରୋଡ଼ ନିର୍ମାଣ ପାଇଁ ୫ ଲକ୍ଷ, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଝି ନିର୍ବାଚନ ମଣ୍ଡଳୀରେ ଦୁଇଟି କମ୍ଯୁନିଟି ସେଣ୍ଟର ନିର୍ମାଣ ପାଇଁ ୫ ଲକ୍ଷ ଲେଖାଏଁ ଓ ଅନୁଗୋଳ ଜିଲ୍ଲାର ଅଁଳାବେରିନି ଓ ଷ„ପଲା-୨ଠାରେ ଥିବା ଉଠାଜଳସେଚନ ପଏଣ୍ଟର ଉନ୍ନତିକରଣ କରିବା ପାଇଁ ୬ ଲକ୍ଷ ଟଙ୍କା ଲେଖାଏଁ ବ୍ୟୟ କରାଯିବ ବୋଲି ଜଣାପଡ଼ିଛି ।