ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର: ବଲିଉଡ୍ ପ୍ରସିଦ୍ଧ ସିଙ୍ଗର କେକେଙ୍କ ପରଲୋକ

କୋଲକାତା: ସଙ୍ଗୀତ ଜଗତ ପାଇଁ ଆସିଲା ଆଉ ଏକ ବଡ଼ ଦୁଃଖଦ ଖବର । ଆଖିବୁଜିଲେ ବଲିଉଡ୍ ପ୍ରସିଦ୍ଧ ସିଙ୍ଗର କେକେ ଓରଫ କ୍ରୃଷ୍ଣ କୁମାର କୁନ୍ନଥ । କୋଲକାତାର ଏକ କନସର୍ଟରେ ସଙ୍ଗୀତ ପରିବେଷଣ ସମୟରେ ତାଙ୍କର ଦେହାନ୍ତ ହୋଇଛି । ମାତ୍ର ୫୩ ବର୍ଷ ବୟସରେ କେକେଙ୍କର ମୃତ୍ୟୁ ହୋଇଛି ।

ହିନ୍ଦି , ତେଲୁଗୁ, କନ୍ନଡ, ତାମିଲ, ବେଙ୍ଗଲି , ଗୁଜୁରାଟି , ମରାଠୀ ଆଦି ବିଭିନ୍ନ ଭାଷାରେ ସେ ଶତାଧିକ ଗୀତ ଗାଇଛନ୍ତି।

ଖବର ଅନୁଯାୟୀ, କୋଲକାତାରେ ଗୁରୁଦାସ କଲେଜ୍‌ର ନାଜୁରୁଲା ମଞ୍ଚରେ କେକେ ସଙ୍ଗୀତ ପରିବେଷଣ କରିବା ପରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲା । ସେଠାରେ ହିଁ ସେ ତଳେ ପଡ଼ିଯାଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ବଲିଉଡର ଏହି ଲୋକ ପ୍ରିୟ କଣ୍ଠଶିଳ୍ପୀ କେକେଙ୍କର ନିଧନରେ ସବୁଠି ଶୋକର ଛାୟା ଖେଳିଯାଇଛି ।

ସେପଟେ ଏହି ଖବରକୁ ନେଇ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୋକ ପ୍ରକାଶ କରିଛନ୍ତି ।

କେକେ ନିଜ କ୍ୟାରିୟରରେ ଅନେକ ଫେମସ୍‌ ଗୀତ ଗାଇଛନ୍ତି । ତାମଧ୍ୟରୁ ବଲିଉଡ୍‌ରେ ପ୍ରାୟ ୨୦୦ରୁ ଅଧିକ ଗୀତ ଗାଇଛନ୍ତି । ଏହାବ୍ୟତୀତ ତେଲୁଗୁ, କନ୍ନଡ, ତାମିଲ, ବେଙ୍ଗଲି, ଗୁଜୁରାଟି, ମରାଠୀ ଆଦି ବିଭିନ୍ନ ଭାଷାରେ ଗୀତ ଗାଇଛନ୍ତି ।

Related Posts