ଉଦଳା ଥାନା ଭୀମତାଳି ଗ୍ରାମରେ ଅଭାବନୀୟ ଦୃଶ୍ୟ: କେନାଲରୁ ନବ ଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଉଦଳା :ଉଦଳା ଥାନା ଭୀମତାଳି ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । କେନାଲରୁ ନବ ଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ଭୀମତାଳି ଗ୍ରାମ ନିକଟରେ ଥିବା କେନାଲରେ ଜଣେ ଶିଶୁପୁତ୍ରର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ।

ପରେ ଏ ନେଇ ଉଦଳା ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି କେନାଲରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କଣ ପାଇଁ ନବ ଜାତକ ଶିଶୁ ପୁତ୍ରକୁ କେନାଲରେ ଫୋପାଡ଼ି ଦେଇଛି ତାହା ଜଣା ପଡି ନ ଥିବା ବେଳେ ପୋଲିସ ତଦନ୍ତ ପରେ ପୁରା ଘଟଣା ସ୍ପଷ୍ଟ ହେବ ।

Related Posts