ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ହେଲେ ବିରୋଧୀ ଦଳର ନୂତନ ନେତା

ଭୁବନେଶ୍ଵର: ସମ୍ବଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର ହେଲେ ବିରୋଧୀ ଦଳର ନୂତନ ନେତା । ବଦଳିଛନ୍ତି ଓଡିଶା ରାଜ୍ୟ ବିଧାନସଭାର ବିରୋଧୀ ଦଳ ନେତା। ଏ ନେଇ ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏହାର ଘୋଷଣା କରିଛନ୍ତି ରାଜ୍ୟ ବିଜେପି ସହ ପ୍ରଭାରୀ ।

ଜୟ ନାରାୟଣ ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଇଛନ୍ତି। ପ୍ରଦୀପ୍ତ ନାଏକ ଦୀର୍ଘ ଦିନ ହେବ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି । ଫଳରେ ତାଙ୍କ ସ୍ଥାନରେ ଜୟ ନାରାୟଣ ମିଶ୍ର ଙ୍କୁ ବିରୋଧି ଦଳର ନେତା ଭାବେ ଚୟନ କରାଯାଇଛି ।

Related Posts