ଆଜି ଠାରୁ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ

sambalpur univercity

(ସତ୍ୟପାଠ ବ୍ୟୁରୋ): ଦିନକୁ ଦିନ ସାରା ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି । ତେବେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ଦିନ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର ନିଷ୍ପତ୍ତି ନେଇଛନ୍ତି କୁଳପତି ସଞ୍ଜୀବ ମିତ୍ତଲ । ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ସ୍ପଷ୍ଟ କରିଛନ୍ତି । ଅନ୍ୟପଟେ ଆଜିଠାରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୮୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କେବଳ ସମ୍ବଲପୁର ଜିଲ୍ଲାରୁ ୧୭୧ ଜଣ ଚିହ୍ନଟ ହୋଇଛନ୍ତି । ଏପରିସ୍ଥଳେ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବା ପଦକ୍ଷେପକୁ ଛାତ୍ରଛାତ୍ରୀମାନେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ।

Related Posts