ଭୁବନେଶ୍ୱର,୨୯/୧(ସତ୍ୟପାଠ ବ୍ୟୁରୋ): କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୂର୍ବରୁ ସଂଜୀବ ପଣ୍ଡା ଗୁଇନ୍ଦା ନିର୍ଦ୍ଦେଶକ ସହ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରି ଆସିଛନ୍ତି ।ଏହି ଅବସରରେ ନୂଆ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ମୁଣ୍ଡ ଉପରେ ନିର୍ବାଚନ ଅଛି। ତାହାକୁ କିପରି ସୁରଖୁରରେ ସମ୍ପାଦନ କରାଯିବ ସେଥିନିମନ୍ତେ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଯିବ । ଏଥିସହ ୫ଟି ଓ ମୋ’ ସରକାରର ସମସ୍ତ ନିୟମ ଅନୁପାଳନ କରିବୁ। ଏହାଦ୍ୱାରା ପୁଲିସ୍ ସାଧାରଣ ଲୋକଙ୍କ ନିକଟତର ହେବା ସହ ଅଧିକ ସେବା ଯୋଗାଇ ଦେଇ ପାରିବ ।





