କେନ୍ଦୁଝର ହରିଚନ୍ଦନପୁର ଥାନା ଆଲୁଘାଟି ନିକଟରେ ଭୟଂକର ସଡ଼କ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, 2 ମୃତ, 3 ଗୁରୁତର

ଘଟଗାଁ : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଆଲୁଘାଟି ନିକଟରେ ଘଟିଛି ଏକ ଭୟଂକର ସଡ଼କ ଦୁର୍ଘଟଣା । ୨ ବାଇକ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ଦୁଇଟି ବାଇକରେ ୫ ଜଣ ଯାଉଥିବା ବେଳେ ଆଲୁଘାଟି ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଥିଲେ।

ଖବର ପାଇ ଆମ୍ୱୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ହରିଚନ୍ଦନପୁର ମେଡିକାଲରେ ଭର୍ତ୍ତି କରାଇଥିଲେ। ହେଲେ ସେଠାରେ ଅନ୍ୟଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ୩ ଗୁରୁତରଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Related Posts