କମ୍ବିଂ ଅପେରସନ ବେଳେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର,୨୪/୫(ସତ୍ୟପାଠ ବ୍ୟୁରୋ): ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । SOG ଓ DVF ପକ୍ଷରୁ ସିନ୍ଧିପଙ୍ଖାଲ ଜଙ୍ଗଲରେ କମ୍ବିଂ ଅପେରସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି ।

ସୁରକ୍ଷାକର୍ମୀଙ୍କ ପାଲଟା ଜବାବରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ରହିଛି ।ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ବି ଜଙ୍ଗଲରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି ।

Related Posts