ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଗାମୀ ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ।

ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା ପ୍ରକଳ୍ପରେ ସେ ଉପସ୍ଥିତ ରହିବେ। ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୁଠାଏ ଚାଉଳ ଓ ଗୋଟିଏ ଗୁଆ ଦେଲେ। ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ଅନୁରୋଧ, ଗୋଟେ ଗୁଆ ପଠାନ୍ତୁ। ପରିକ୍ରମା ପ୍ରକଳ୍ପରେ ସାମିଲ ହୁଅନ୍ତୁ। ଜଗନ୍ନାଥଙ୍କ ଇତିହାସରେ ନବୀନ ପଟ୍ଟନାୟକଙ୍କ ନାଁ ଶହେ ବର୍ଷ ପରେ ବି ମନେ ରଖିବେ ଲୋକେ। ଆମେ ଆଶୀର୍ବାଦ କରିଛୁ ବୋଲି ସେ କହିଛନ୍ତି ।

Related Posts