ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଇଣ୍ଡୋନେସିଆରେ ଭୟଙ୍କର ଭୂକମ୍ପ। ସୋମବାର ଅପରାହ୍ନରେ ଜାଭା ଦ୍ୱୀପରେ ଅନୁଭୂତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ରେକର୍ଡ ହୋଇଛି। ଏଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦୦ରୁ ଅଧିକ ଆହତ ହୋଇଛନ୍ତି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲେ ଏଥିରେ ଲୋକଙ୍କ ଜୀବନ ଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି।

ଜଣେ ସ୍ଥାନୀୟ ଅଧିକାରୀଙ୍କ କହିବା ଅନୁସାରେ, ଭୂମିକମ୍ପରେ ଅନେକ କୋଠା କ୍ଷତିଗ୍ରସ୍ତ ହୋଇଛି।ଭୂମିକମ୍ପର ଜୋରଦାର ଝଟକା ଅନୁଭୂତ ହୋଇଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏଠାରେ ଥିବା ଗଗନଚୁମ୍ବୀ ବିଲିଡିଂ ୩ ମିନିଟରୁ ଅଧିକ ସମୟ ହଲୁଥିବାର ନଜର ଆସିଥିଲା ।