ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସତ୍ୟପାଠ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆହୁରି ତିନି ଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ୪୮ଘଂଟା ପର୍ଯ୍ୟନ୍ତ ପ୍ରବଳ ଓ ଅତିପ୍ରବଳ ବର୍ଷା କରାଇପାରେ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରୀ କରିଛି । ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୋଳ, ବରଗଡ , ଝାରସୁଗୁଡା, ସୁନ୍ଦରଗଡ ଓ ଢ଼େଙ୍କାନାଳ ପାଇଁ ରେଡ ଆଲର୍ଟ ଜାରୀ କରାଯାଇଛି ।

ବର୍ଷାଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ତାଗିଦ କରିଛି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ । ଆସନ୍ତା ୫ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡା, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଝାସରସୁଗୁଡା, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବ । ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ବର୍ଣ୍ଣିଙ୍ଗ ଦିଆଯାଇଛି । ୩ ଦିନ ଯାଏଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Related Posts