ଶିଶୁଆ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଜି ଠାରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରିବାରେ ଲାଗିଥିଲେ । ଏହା ମଧ୍ୟରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବାର କଥା ସାମ୍ନାକୁ ଆସିଛି । ତେବେ ପ୍ରଚାର କାର୍ୟ୍ୟ ସାରି ମଙ୍ଗଳବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ କଟକ ଜିଲ୍ଲା ସାଲେପୁର ନିର୍ବାଚନ ମଣ୍ଡଳୀ ଶିଶୁଆ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ ମାନସ କୁମାର ଦାସଙ୍କୁ ଦୁଇ ଜଣ ଯୁବକ ଆକ୍ରମଣ କରିଥିଲେ ।

ପୂର୍ବରୁ ଏହି ଦୁଇ ଜଣ ଯୁବକ ଲୁଚି ରହି ତାଙ୍କୁ ବୋତଲ ସାହାଯ୍ୟରେ ଆକ୍ରମଣ କରି ସେଠାରୁ ଖସି ପଳାଇ ଯାଇଥିଲେ । ଏନେଇ ସମିତି ସଭ୍ୟ ପ୍ରାର୍ଥୀ ମାନସ କୁମାର ଦାସ ସାଲେପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related Posts