ଶିବସେନା ଜାତୀୟ କାର୍ଯ୍ୟକାରିଣୀ କମିଟି ବୈଠକରେ ଯୋଗ ଦେଇନଥିବା ୧୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଶିବସେନା ଜାତୀୟ କାର୍ୟ୍ୟକାରିଣୀ କମିଟି ବୈଠକରେ ଯୋଗ ଦେଇନଥିବା ୧୬ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ । ଜାରି କରାଯାଇଥିବା ନୋଟିସ‌ରେ ଜୁନ୍ ୨୭ତାରିଖ ସନ୍ଧ୍ୟା ୫.୩୦ଭିତରେ ଉତ୍ତର ଦେବାକୁ କୁହାଯାଇଛି। ଯଦି କୌଣସି ବିଧାୟକ ଦିଆଯାଇଥିବା ସମୟ ମଧ୍ୟରେ ଅନୁପସ୍ଥିତିର କାରଣ ନଜଣାନ୍ତି ତେବେ ଏହା ଧରି ନିଆଯିବ ଯେ ତାଙ୍କର କିଛି କହିବାର ନାହିଁ ଏବଂ ନିୟମ ଅନୁଯାୟୀ ଏ ବ୍ୟାପାରରେ ନିଷ୍ପତ୍ତି ନିଆଯିବ ବୋଲି ନୋଟିସରେ ସ୍ପଷ୍ଟ କରାଯାଇଛି।

ଅନ୍ୟପକ୍ଷରେ ଉଦ୍ଧବ ଠାକରେ ସ୍ପଷ୍ଟ କରିଛନ୍ତି ଯେ, ସିନ୍ଦେଙ୍କ ନୂଆ ଦଳ ‘ବାଲା ସାହେବ’ ଏବଂ ‘ଶିବସେନା’ର ନାଁ ବ୍ୟବହାର କରିପାରିବେ ନାହିଁ। ମୁମ୍ବାଇରେ ଶିବସେନାର ଜାତୀୟ କାର୍ୟ୍ୟକାରିଣୀ ବୈଠକକୁ ସମ୍ବୋଧିତ କରିବାବେଳେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯେ ବାଲ ଠାକରେଙ୍କ ନାମ ଅନ୍ୟ କେହି ବ୍ୟବହାର କରିପାରିବେ ନାହିଁ। ବିଦ୍ରୋହୀ ଗୋଷ୍ଠୀ ଦ୍ୱାରା ବାଲାସାହେବ ଠାକରେଙ୍କ ନାଁର ଅପବ୍ୟବହାର ନହେବା ପାଇଁ ଶିବସେନା ନିର୍ବାଚନ ଆୟୋଗଙ୍କ ନିକଟକୁ ଯିବ ବୋଲି ସ୍ପଷ୍ଟ କରିଛି।

Related Posts