ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ଖସାପଡା ଲାଗି ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି । ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି । ଏନେଇ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନିତିକାନ୍ତି । ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଏହି ନୀତି ଅନୁଷ୍ଠିତ ହେବ ।

ତେବେ ଏହି ନୀତି ଗୁପ୍ତ ନୀତି ହୋଇଥିବା ବେଳେ, ସେଥିପାଇଁ ସର୍ବସାଧାରଣ ଦର୍ଶନ ଅପରାହ୍ନ ୪ଟା ରୁ ରାତ୍ର ୮ଟା ପର୍ଯ୍ୟନ୍ତ ଆପାତତଃ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା ।

Related Posts