ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି।
ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି।





