ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି।

ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି। ଲୋକାର୍ପଣ ଉତ୍ସବ ପାଇଁ ସବୁ ପ୍ରସ୍ତୁତି ସରିଛି।

Related Posts