ସାଧାରଣତନ୍ତ୍ର ଦିବସ ପାଇଁ ଜାରି ହେଲା ସ୍ୱତନ୍ତ୍ର ଗାଇଡଲାଇନ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତା କାଲି ସାରା ଦେଶ ଗଣତନ୍ତ୍ର ଦିବସ ପାଳନ କରିବାକୁ ଯାଉଛି । ଏହା ମଧ୍ୟରେ ରାଜ୍ୟସରକାର ସାଧାରଣତନ୍ତ୍ର ଦିବସ ପାଇଁ ଗାଇଡଲାଇନ ଜାରି କରିଥିବାର ଦେଖିବାକୁ ମିଳିଛି । ତେବେ ଗଣତନ୍ତ୍ର ଦିବସରେ କ୍ତିଗତ ଭାବେ ନିଜ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଛି। ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ ପାଇଁ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି। ଏହାସହ ପତାକା ଉତ୍ତୋଳନ ବେଳେ କୋଭିଡ୍ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି।

ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି। ସେପଟେ ସାଧାରଣତନ୍ତ୍ର ଦିବସରେ ନିଜ ଜିଲ୍ଲାରେ କୌଣସି ନେତା ଓ ମନ୍ତ୍ରୀ ଅତିଥି ଭାବେ ଯୋଗ ଦେଇପାରିବେ ନାହିଁ। ଏପରିକି ସରକାରୀ ଯୋଜନା ପ୍ରଚାର ସମ୍ପର୍କିତ ପ୍ରଜ୍ଞାପନ ମେଢ଼ ସାମିଲ ହେବ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନର ଗାଇଡଲାଇନ ଜାରି କରିଥିଲେ।

Related Posts