ଶ୍ରୀମନ୍ଦିରରେ ଦୁଇ ଦିନ ଚାଲିବ ଶ୍ରୀଜୀଉଙ୍କ ବନକଲାଗି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିରରେ ଦୁଇ ଦିନ ଚାଲିବ ଶ୍ରୀଜୀଉଙ୍କ ବନକଲାଗି । ତେବେ ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ ।

ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ ।ସେପଟେ ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର‌୍ୟ୍ୟନ୍ତ ଚାଲିବ । ଏହାପରେ ମହାପ୍ରଭୁ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ତିନିଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର‌୍ୟ୍ୟ ମଧ୍ୟ ଶେଷ ପର‌୍ୟ୍ୟାୟରେ ପହଞ୍ଚିଛି ।

Related Posts