ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ; ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଦିନକୁ ଦିନ ବିବାଦ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଓଡ଼ିଶା ସରକାର ଚଳାଇଥିବା ବେଆଇନ ଉତ୍‌ଖନନ ଏବଂ ନିର୍ମାଣ କାର‌୍ୟ୍ୟକୁ ବିରୋଧ କରି ଆଗତ ପିଟିସନ୍‌ଗୁଡ଼ିକର ଶୁଣାଣି କରି ଆଜି ସୁପ୍ରିମ୍ କୋର୍ଟ ନିଜର ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତାକାଲି ଅଦାଲତ ଏହି ମାମଲାର ରାୟ ଶୁଣାଇବେ। ବିଚରପତି ବି.ଆର୍‌. ଗୱାଇ ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଅବକାଶ ଖଣ୍ଡପୀଠ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ନିର୍ମାଣ କାର‌୍ୟ୍ୟରୁ ରାଜ୍ୟ ସରକାରଙ୍କୁ ବିରତ କରାଯିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚାଲେଞ୍ଜ୍ କରି ଆଗତ ଦୁଇଟି ସ୍ବତନ୍ତ୍ର ‘ଲିଭ୍ ପିଟିସନ୍‌’ର ଶୁଣାଣି କରିଛନ୍ତି।

ମାତ୍ର ମାମଲାର ରାୟ ସଂରକ୍ଷିତ ରଖିଛନ୍ତି। ପ୍ରଥମ ଆବେଦନକାରୀଙ୍କ ତରଫରୁ ବରିଷ୍ଠ ଆଡ୍‌ଭୋକେଟ୍ ମହାଲକ୍ଷ୍ମୀ ପାଭାନୀ ଉକ୍ତ ମାମଲାରେ ଯୁକ୍ତି ଉପସ୍ଥାପନ କରିଥିବା ବେଳେ ଆଡ୍‌ଭୋକେଟ୍ ବିନୟ ନବରେ ଦ୍ବିତୀୟ ଆବେଦନକାରୀଙ୍କ ପକ୍ଷରୁ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଥିଲେ। ରାଜ୍ୟ ସରକାରଙ୍କ ତରଫରୁ ଆଡ୍‌ଭୋକେଟ୍ ଜେନେରାଲ୍ ଅଶୋକ କୁମାର ପରିଜା ଏହି ମାମଲାର ପ୍ରତିନିଧିତ୍ବ କରୁଛନ୍ତି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts